
ଭୁବନେଶ୍ୱର, ୧୨ ଜାନୁଆରୀ (ହି.ସ.)- ଶୀତ ଲହରି ନେଇ ଆଗାମୀ ୩ ଦିନ ପାଇଁ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୪ ଦିନ ପାଇଁ କୌଣସି ଚେତାବନୀ ନାହିଁ ।
ଶୀତ ଲହରି ନେଇ ଆଗାମୀ ୨୪ ଘଂଟା ପାଇଁ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ଝାରସୁଗୁଡ଼ା, ଅନୁଗୁଳ, ବୌଦ୍ଧ ।
ସେହିପରି ଶୀତ ଲହରି ନେଇ ୧୩ ତାରିଖ ସକାଳ ଠାରୁ ୧୪ ତାରିଖ ସକାଳ ସୁଦ୍ଧା ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ଝାରସୁଗୁଡ଼ା, ଅନୁଗୁଳ, ବୌଦ୍ଧ ।
ଅନୁରୂପ ଭାବେ ଶୀତ ଲହରି ନେଇ ୧୪ ତାରିଖ ସକାଳ ଠାରୁ ୧୫ ତାରିଖ ସକାଳ ସୁଦ୍ଧା ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ, ବୌଦ୍ଧ, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତସିଂହପୁର । ପରବର୍ତୀ ୪ ଦିନ ଅର୍ଥାତ୍ ୧୫ ତାରିଖ ସକାଳ ଠାରୁ ୧୯ ତାରିଖ ସକାଳ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ