କେନ୍ଦ୍ରାପଡ଼ାଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ...
କେନ୍ଦ୍ରାପଡ଼ା, ୧୨.୦୧.୨୦୨୫, କେନ୍ଦ୍ରାପଡ଼ା ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି | ଆଜିର ଶିବିରରେ ମୋଟ ୧୩୭ ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା, ସେଥି ମଧ୍ୟରୁ ୧୨୫ଟି ବ୍ୟକ୍ତିଗତ ଏବଂ ୧୨ ଟି ସାମୁହିକ ଅଭିଯ
--------କେନ୍ଦ୍ରାପଡ଼ାଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ...


କେନ୍ଦ୍ରାପଡ଼ା, ୧୨.୦୧.୨୦୨୫, କେନ୍ଦ୍ରାପଡ଼ା ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି | ଆଜିର ଶିବିରରେ ମୋଟ ୧୩୭ ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା, ସେଥି ମଧ୍ୟରୁ ୧୨୫ଟି ବ୍ୟକ୍ତିଗତ ଏବଂ ୧୨ ଟି ସାମୁହିକ ଅଭିଯୋଗ ପଞ୍ଜିକୃତ ହୋଇଥିଲା | ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୪ ଜଣଙ୍କୁ ୫୨ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି | ୧୯ ଟି ଅଭିଯୋଗ ତୁରନ୍ତ ସମାଧାନ ହୋଇଥିଲା | ପଞ୍ଜିକୃତ ଅଭିଯୋଗ ଗୁଡିକରେ ତୁରନ୍ତ ସମାଧାନ କରିବାକୁ ଜିଲ୍ଲାପାଳ ସମସ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି | ପରେ ଜିଲ୍ଲାପାଳ ପୂର୍ବରୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ପଞ୍ଜିକୃତ ହୋଇଥିବା ଅଭିଯୋଗ ଗୁଡିକ ସମୀକ୍ଷା କରିଥିଲେ | ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ରଘୁରାମ ଆର ଆୟର,ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଉପଜିଲ୍ଲାପାଳ ଅରୁଣ କୁମାର ନାୟକ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ଜ୍ୟୋତି ରଞ୍ଜନ ଗୌଡ଼ଙ୍କ ସମେତ ବିଡ଼ିଓ ଅଭିଷେକ ସ୍ୱାଇଁ ତହସିଲଦାର କୁଇନି ଜେନା ଏବଂ ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ | ସୂଚନା ଯେ, ଆସନ୍ତା ସୋମବାର ଅର୍ଥାତ ୧୯ ତାରିଖ ଦିନ ରାଜକନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେବ |

ହିନ୍ଦୁସ୍ଥାନ ସମାଚାର / ରବି


 rajesh pande