ଶୀତ ଲହରି ନେଇ ଆଗାମୀ ୨୪ ଘଂଟା ପାଇଁ ୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୩ ଜାନୁଆରୀ (ହି.ସ.)- ଶୀତ ଲହରି ନେଇ ଆଗାମୀ ୩ ଦିନ ଅର୍ଥାତ୍ ୧୬ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୪ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଶୀତ ଲହରି ନେଇ ଆଗାମୀ ୨୪ ଘଂଟା ପାଇଁ ୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜ
ଶୀତ ଲହରି ନେଇ ଆଗାମୀ ୨୪ ଘଂଟା ପାଇଁ ୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୩ ଜାନୁଆରୀ (ହି.ସ.)- ଶୀତ ଲହରି ନେଇ ଆଗାମୀ ୩ ଦିନ ଅର୍ଥାତ୍ ୧୬ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୪ ଦିନ ପାଇଁ କୌଣସି ଚେତାବନୀ ନାହିଁ ।

ଶୀତ ଲହରି ନେଇ ଆଗାମୀ ୨୪ ଘଂଟା ପାଇଁ ୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଦୁଇ ଜିଲ୍ଲା ହେଲା ଝାରସୁଗୁଡ଼ା, ଅନୁଗୁଳ ।

ସେହିପରି ଶୀତ ଲହରି ନେଇ ୧୪ ତାରିଖ ସକାଳ ଠାରୁ ୧୫ ତାରିଖ ସକାଳ ସୁଦ୍ଧା ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ଝାରସୁଗୁଡ଼ା, ଅନୁଗୁଳ, କଟକ, ଖୋର୍ଦ୍ଧା, ଜଗତସିଂହପୁର ।

ଅନୁରୂପ ଭାବେ ଶୀତ ଲହରି ନେଇ ୧୫ ତାରିଖ ସକାଳ ଠାରୁ ୧୬ ତାରିଖ ସକାଳ ସୁଦ୍ଧା ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ଝାରସୁଗୁଡ଼ା, ଅନୁଗୁଳ, କଟକ, ଖୋର୍ଦ୍ଧା, ଜଗତସିଂହପୁର । ପରବର୍ତୀ ୪ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande