
ଭୁବନେଶ୍ୱର, ୧୩ ଜାନୁଆରୀ (ହି.ସ.)- ମଙ୍ଗଳବାର ସକାଳେ ରାଉରକେଲାରେ ଘନ କୁହୁଡ଼ି ଦେଖିବାକୁ ମିଳିଥିବା ବେଳେ ଭବାନୀପାଟଣାରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି । ରାଉରକେଲାରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିଛି । ସେହିପରି ଭବାନୀପାଟଣାରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୨୦୦ ମିଟରରୁ ୫୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ