ଘନ କୁହୁଡ଼ି ନେଇ ଆଗାମୀ ୨୪ ଘଂଟା ପାଇଁ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୩ ଜାନୁଆରୀ (ହି.ସ.)- ଘନ କୁହୁଡ଼ି ନେଇ ଆଗାମୀ ୩ ଦିନ ପାଇଁ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଘନ କୁହୁଡ଼ି ନେଇ ଆଗାମୀ ୨୪ ଘଂଟା ପାଇଁ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, ଜଗତସିଂହପୁ
ଘନ କୁହୁଡ଼ି ନେଇ ଆଗାମୀ ୨୪ ଘଂଟା ପାଇଁ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୩ ଜାନୁଆରୀ (ହି.ସ.)- ଘନ କୁହୁଡ଼ି ନେଇ ଆଗାମୀ ୩ ଦିନ ପାଇଁ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଘନ କୁହୁଡ଼ି ନେଇ ଆଗାମୀ ୨୪ ଘଂଟା ପାଇଁ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, ଜଗତସିଂହପୁର । ଘନ କୁହୁଡ଼ି ନେଇ ୧୪ ତାରିଖ ସକାଳ ଠାରୁ ୧୫ ତାରିଖ ସକାଳ ସୁଦ୍ଧା ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କୋରାପୁଟ । ସେହିପରି ଘନ କୁହୁଡ଼ି ନେଇ ୧୫ ତାରିଖ ସକାଳ ଠାରୁ ୧୬ ତାରିଖ ସକାଳ ସୁଦ୍ଧା ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୪ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande