ଆଗାମୀ ୨୪ ଘଂଟା ମଧ୍ୟରେ ୯ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା
ଭୁବନେଶ୍ୱର, ୧୩ ଜାନୁଆରୀ (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ । ଆଗାମୀ ୨୪ ଘଂଟା ମଧ୍ୟରେ ବିଶେଷ କରି ଭୋର୍ କିମ୍ବା ସକାଳ ସମୟରେ ୯ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ । ସେହି ଜିଲ୍ଲା ଗୁଡିକ ହେଉଛି ଭଦ୍
ଆଗାମୀ ୨୪ ଘଂଟା ମଧ୍ୟରେ ୯ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା


ଭୁବନେଶ୍ୱର, ୧୩ ଜାନୁଆରୀ (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ ।

ଆଗାମୀ ୨୪ ଘଂଟା ମଧ୍ୟରେ ବିଶେଷ କରି ଭୋର୍ କିମ୍ବା ସକାଳ ସମୟରେ ୯ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ । ସେହି ଜିଲ୍ଲା ଗୁଡିକ ହେଉଛି ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ବାଲେଶ୍ୱର, କନ୍ଧମାଳ, କଳାହାଣ୍ଡି, ସୁନ୍ଦରଗଡ଼ ।

ସେହିପରି ୧୪ ତାରିଖ ସକାଳ ଠାରୁ ୧୫ ତାରିଖ ସକାଳ ସୁଦ୍ଧା ବିଶେଷ କରି ଭୋର୍ କିମ୍ବା ସକାଳ ସମୟରେ ୧୧ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ । ସେହି ଜିଲ୍ଲା ଗୁଡିକ ହେଉଛି ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ବାଲେଶ୍ୱର, କନ୍ଧମାଳ, କଳାହାଣ୍ଡି, ସୁନ୍ଦରଗଡ଼, ପୁରୀ, କୋରାପୁଟ ।

ଅନୁରୂପ ଭାବେ ୧୫ ତାରିଖ ସକାଳ ଠାରୁ ୧୬ ତାରିଖ ସକାଳ ସୁଦ୍ଧା ବିଶେଷ କରି ଭୋର୍ କିମ୍ବା ସକାଳ ସମୟରେ ୭ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ । ସେହି ଜିଲ୍ଲା ଗୁଡିକ ହେଉଛି ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ବାଲେଶ୍ୱର, ସୁନ୍ଦରଗଡ଼ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande