
ଭୁବନେଶ୍ୱର, 13 ଜାନୁଆରି (ହି.ସ.)- ବରେଣ୍ୟ
ଜନନାୟକ ରାଜା ବାହାଦୁର ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ସ୍ମୃତିଚାରଣ କରିଛନ୍ତି ମୁଖ୍ୟମନ୍ତ୍ରୀ
ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱତନ୍ତ୍ର
ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର, ବରେଣ୍ୟ ଜନନାୟକ ରାଜା ବାହାଦୁର ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ
ଜୟନ୍ତୀ ଅବସରରେ ଭକ୍ତିପୂତ ପ୍ରଣାମ। ଓଡ଼ିଆ
ଜାତିର ସ୍ୱାଭିମାନ ରକ୍ଷା, ଶିକ୍ଷାର ପ୍ରସାର ଓ ସମାଜ ସଂସ୍କାର କ୍ଷେତ୍ରରେ ତାଙ୍କର ଅତୁଳନୀୟ ଅବଦାନ ସଦା ସ୍ମରଣୀୟ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା