
ଭୁବନେଶ୍ୱର, 14 ଜାନୁଆରି (ହି.ସ.)- ପବିତ୍ର ମକର
ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ
ମିଡିଆ ଏକ୍ସରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ମକର ସଂକ୍ରାନ୍ତିର ଶୁଭ ଅବସରରେ
ଆପଣମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ।
ସୂର୍ଯ୍ୟଙ୍କ ଉତ୍ତରାୟଣ ଗତିର ଏହି ଅନନ୍ୟ ଦିବସ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି, ସମୃଦ୍ଧି ଓ ସଫଳତା ନେଇଆସୁ ।
ମକର ଚାଉଳର ମିଠା ମହକ ସଭିଙ୍କ ଜୀବନରେ ନୂଆ ଉତ୍ସାହ ଭରିଦେଉ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା