
ଭୁବନେଶ୍ୱର, ୧୫ ଜାନୁୟାରୀ (ହି.ସ)- ପୂର୍ବତନ ବିଧାୟକ କୁଳମଣି ରାଉତଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି।
ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ବରିଷ୍ଠ ରାଜନେତା ତଥା ପୂର୍ବତନ ବିଧାୟକ କୁଳମଣି ରାଉତଙ୍କ ଦେହାନ୍ତ ବିଷୟରେ ଜାଣି ଦୁଃଖିତ। ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି । ଓଁ ଶାନ୍ତି
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା