ବେଲରଦନା ଗ୍ରାମରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର ଓ ବିଭିନ୍ନ କାର୍ଯ୍ୟକ୍ରମ
ନୂଆପଡା, ୧୫ ଜାନୁଆରୀ (ହିସ)- ନୂଆପଡ଼ା ଜିଲ୍ଲା କୋମନା ବ୍ଲକରେ ଅଭିଯୋଗ ଶୁଣାଣି ଶିବିର ପରେ ଅପରାହ୍ନରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ସିଆଲଟି ପଞ୍ଚାୟତର ବେଲରଦନା ଗ୍ରାମରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର ଓ ବିଭିନ୍ନ କାର୍ଯ୍ୟକ୍ରମ ଆଜି ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍
Prabasi shramik


ନୂଆପଡା, ୧୫ ଜାନୁଆରୀ (ହିସ)- ନୂଆପଡ଼ା ଜିଲ୍ଲା କୋମନା ବ୍ଲକରେ ଅଭିଯୋଗ ଶୁଣାଣି ଶିବିର ପରେ ଅପରାହ୍ନରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ସିଆଲଟି ପଞ୍ଚାୟତର ବେଲରଦନା ଗ୍ରାମରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର ଓ ବିଭିନ୍ନ କାର୍ଯ୍ୟକ୍ରମ ଆଜି ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲାପାଳଙ୍କ ସହିତ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ସୁର୍ମି ସୋରେନ୍, ସି ଡି ଏମ୍ ଓ ଡଃ ଧନେଶ୍ୱର ସେଠୀ, କୋମନା ବିଡ଼ିଓ ସର୍ବେଶ୍ଵର ଜାଲ, ସ୍ଥାନୀୟ ସରପଞ୍ଚ କାଳିଆ ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ । ଏହି ପଞ୍ଚାୟତରେ ଝିଅ ପାଇଁ ଗଛଟିଏ ଏବଂ ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସମାରୋହରେ ଜିଲ୍ଲାପାଳ ନବଜାତକ ଶିଶୁ କନ୍ୟା ନୈନା ସାହୁକୁ କୋଳରେ ଧରି ତାହାର ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ। ଶିଶୁର ପିତାମାତାଙ୍କୁ ଉପହାର ସହିତ ନୂତନ ବୃକ୍ଷ ଚାରା ରୋପଣ ପାଇଁ ପ୍ରଦାନ କରିଥିଲେ । ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମରେ ଗାଁର ଦୁଇ ଜଣ ଗର୍ଭବତୀ ମହିଳାଙ୍କୁ ଏହି ସମାରୋହରେ ଫଳମୂଳ, ପନିପରିବା, ପୃଷ୍ଟିକର ଖାଦ୍ୟ ଏବଂ ବିଭିନ୍ନ ଉପହାର ଅତିଥି ମାନେ ଭେଟି ଦେଇଥିଲେ ।

ଏହାପରେ ଜିଲ୍ଲାରୁ ପ୍ରବାସୀ ଶ୍ରମିକ ସମସ୍ଯା ଦୂର କରିବା ପାଇଁ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଥିଲା। ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଧରୁଆ ସମସ୍ତଙ୍କୁ ସ୍ବାଗତ କରି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ସଭାରେ ଅତିଥି ଏବଂ ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ଜନ ସାଧାରଣଙ୍କୁ ପ୍ରବାସୀ ଶ୍ରମିକ ପ୍ରଥାର ଅପକାରୀତା ଓ ଏହାକୁ କିଭଳି ଭାବେ ନିରାକରଣ କରାଯାଇ ପାରିବ ସେ ବିଷୟରେ ସୂଚନା ଦେଇଥିଲେ । ଏହା ସହିତ ନୂଆପଡ଼ା ଥରେ ମାତ୍ର ବ୍ୟବହାର ଯୋଗ୍ୟ ପ୍ଲାଷ୍ଟିକ ମୁକ୍ତ ଜିଲ୍ଳା ଘୋଷିତ ହୋଇଥିବାରୁ ଏସବୁର ବ୍ୟବହାର ନ କରିବାକୁ ସମସ୍ତଙ୍କୁ ସଚେତନ କରାଯାଇଥିଲା । ଜିଲ୍ଲାପାଳ ସମସ୍ତଙ୍କୁ ସମ୍ବୋଧନ କରି କହିଲେ ଯେ, ଘର ପାଖରେ ବିଭିନ୍ନ ଶ୍ରମଭିତ୍ତିକ କାମ ତଥା ବ୍ୟବସାୟ ଆରମ୍ଭ କରିବା ପାଇଁ ସହଜ ଋଣ ମିଳୁଥିବାରୁ ପ୍ରବାସୀ ଶ୍ରମିକ ହିସାବରେ ଅନ୍ୟ ରାଜ୍ୟକୁ ନ ଯିବା ପାଇଁ ସମସ୍ତେ ପଣ କରନ୍ତୁ । ଜିଲ୍ଲା ପ୍ରଶାସନ ସମସ୍ତ ଶ୍ରମିକ ମାନଙ୍କୁ ଖାଦ୍ୟ, ଉତ୍ତମ ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ଜଳସେଚନ ସୁବିଧା ସହିତ ଜୀବନ ଜୀବିକା ନିର୍ବାହ ପାଇଁ ବିଭିନ୍ନ ଯୋଜନାରେ ସାମିଲ କରିବା ପାଇଁ ପଦକ୍ଷେପ ନେଉଛନ୍ତି । ଆମେ ସମସ୍ତେ ମିଶି ନୂଆପଡ଼ାକୁ ପ୍ରବାସୀ ଶ୍ରମିକ ଏବଂ ପ୍ଲାଷ୍ଟିକ ମୁକ୍ତ ଜିଲ୍ଲାରେ ପରିଣତ କରିବା ପାଇଁ ସେ ଆହ୍ଵାନ ଦେଇଥିଲେ । ଏହି ଅବସରରେ ମନରେଗା ଯୋଜନାରେ ୧୦୦ ରୁ ଅଧିକ ଦିନ କାମ କରିଥିବା ଶ୍ରମିକ ମାନଙ୍କୁ ଯେଉଁ ହିତାଧୀକାରୀ ମାନେ ସମୟ ପୂର୍ବରୁ ଆବାସ ଗୃହ ନିର୍ମାଣ କାର୍ଯ୍ୟ ସାରିଛନ୍ତି ଏବଂ ସଫେଇ କର୍ମଚାରୀ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଶ୍ରମ ବିଭାଗ ତରଫରୁ ନୂତନ ଲେବର୍ କାର୍ଡ, ମୃତ୍ୟୁକାଳୀନ ସହାୟତା, ବିବାହ ସହାୟତା ଇତ୍ୟାଦି ବଣ୍ଟନ କରାଯାଇଥିଲା । କାର୍ଯ୍ୟକ୍ରମକୁ ମନଯୋଗ ସହକାରେ ଶୁଣିଥିବାରୁ ଉର୍ମିଳା ଦିପ ଓ ଗଣେଶ ଧରୁଆଙ୍କୁ ଭଲ ଶ୍ରୋତା ହିସାବରେ ଜିଲ୍ଲାପାଳ ସମ୍ମାନିତ କରିଥିଲେ l ସ୍ଥାନୀୟ ଛାତ୍ରୀ ଓ କଳାକାର ମାନେ ଆକର୍ଷଣୀୟ ନୃତ୍ୟ ଗୀତ ପରିବେଷଣ କରିଥିଲେ l ଏହାପରେ ବନ ବିଭାଗ ପକ୍ଷରୁ ଆୟୋଜିତ ପକ୍ଷୀ ପାଇଁ ଦିନଟିଏ କାର୍ଯ୍ୟକ୍ରମରେ ବୃକ୍ଷରୋପଣ ସହିତ ପକ୍ଷୀ ମାନଙ୍କ ପାଇଁ ବସା ଓ ମାଟି ନିର୍ମିତ ପାଣି ଏବଂ ଖାଦ୍ୟ ପାତ୍ର ଗଛ ମାନଙ୍କୁ ଝୁଲାଇ ଦିଆଯାଇଥିଲା ।

ଏହି ଶିବିରକୁ କୋମନା ବିଡ଼ିଓ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଏସ ଗୀତା, କୋମନା ସିଡିପିଓ ଦେବକୀ ମଲ୍ଲିକ, ସ୍ଥାନୀୟ ସରପଞ୍ଚ, ବନ ବିଭାଗ, ପଞ୍ଚାୟତିରାଜ ବିଭାଗ ପ୍ରମୁଖ ଆୟୋଜନ କରିଥିଲେ।

ହିନ୍ଦୁସ୍ଥାନ ସମାଚାର / ହେମନ୍ତ


 rajesh pande