ପିଏମଶ୍ରୀ ରାଜା ଆର୍ତ୍ତତ୍ରାଣ ଐତିହ୍ୟ ବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ଉତ୍ସବ
ନୂଆପଡ଼ା,୧୫ ଜାନୁଆରୀ (ହି.ସ.)- ନୂଆପଡ଼ା ଜିଲ୍ଲା ଖଡ଼ିଆଳ ସ୍ଥିତ ପିଏମଶ୍ରୀ ରାଜା ଆର୍ତ୍ତତ୍ରାଣ ଐତିହ୍ୟ ବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ଉତ୍ସବ ଆଜି ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ପୁରସ୍କାର ବିତରଣ ସମାରୋହରେ ସଦର ଗୋଷ୍ଠୀ ଶିକ୍ଷା ଅଧିକାରୀ କାନ୍ହୁ ଚରଣ ନାୟକ ଅଧ୍ଯକ୍ଷତା କରିଥିବା ବ
Annual sports


ନୂଆପଡ଼ା,୧୫ ଜାନୁଆରୀ (ହି.ସ.)- ନୂଆପଡ଼ା ଜିଲ୍ଲା ଖଡ଼ିଆଳ ସ୍ଥିତ ପିଏମଶ୍ରୀ ରାଜା ଆର୍ତ୍ତତ୍ରାଣ ଐତିହ୍ୟ ବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ଉତ୍ସବ ଆଜି ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ପୁରସ୍କାର ବିତରଣ ସମାରୋହରେ ସଦର ଗୋଷ୍ଠୀ ଶିକ୍ଷା ଅଧିକାରୀ କାନ୍ହୁ ଚରଣ ନାୟକ ଅଧ୍ଯକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଡଲି ମାଝୀ, ବିଶିଷ୍ଟ ଅତିଥି ଭାବରେ ଅତିରିକ୍ତ ତହସିଲଦାର ଭୂପିନ୍ଦର ସିଂ, ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ମହେଶ କୁମାର ଦଣ୍ଡସେନା, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ରତନ ସିଂ ବାରିକ ଓ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରଶାନ୍ତ କୁମାର ପଣ୍ଡା ମଞ୍ଚାସୀନ ଥିଲେ । ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ପ୍ରଭୁଦତ୍ତ ପୁରୋହିତ ଅତିଥି ପରିଚୟ ପ୍ରଦାନ ଓ ମଞ୍ଚ ପରିଚାଳନା କରିଥିବା ବେଳେ ଅତିଥି ଶିକ୍ଷକ ଗୌରୀ ଶଙ୍କର ଦୁବେ ଧନ୍ୟବାଦ ଅର୍ପଣ କରିଥିଲେ।

ପୁରସ୍କାର ବିତରଣ କାର୍ଯ୍ୟକ୍ରମକୁ ଶିକ୍ଷକ ଅଶୋକ କୁମାର ବେହେରା, ରାଜଶ୍ରୀ ଦଣ୍ଡସେନା, ନିରଞ୍ଜନ ବିଶ୍ୱାଳ, ପୁଷ୍ପାଞ୍ଜଳି ମହାପାତ୍ର ଓ ସରସ୍ବତୀ ରାଉତ ପରିଚାଳନା କରିଥିଲେ । ଶିକ୍ଷିକା ନୀଳିମାରାଣୀ ସାଗର ଓ ଛାତ୍ରୀମାନେ ପ୍ରାରମ୍ଭିକ ସଙ୍ଗୀତ ପରିବେଷଣ କରିଥିଲେ। କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ତଥା କର୍ମଚାରୀ ସହଯୋଗ କରିଥିଲେ।

ହିନ୍ଦୁସ୍ଥାନ ସମାଚାର / ହେମନ୍ତ


 rajesh pande