

ଭୁବନ, ୧୬ ଜାନୁଆରୀ (ହି.ସ.)- ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କ ରଚିତ ରାଷ୍ଟ୍ରୀୟ ସଂଗୀତ ବନ୍ଦେ ମାତରମ ର ୧୫୦ ତମ ବାର୍ଷିକୀ ପାଳନ ଅବସରରେ ଭୁବନ ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ବିଜୁ ପଟ୍ଟନାୟକ ଖେଳ ଭବନରେ ସାମୁହିକ ବନ୍ଦେ ମାତରଂ ଗାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏନ୍ ଏ ସି କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରଦତ୍ତ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବାଜି ରାଉତ ସ୍ମୃତି ମହାବିଦ୍ୟାଳୟ ଅଧ୍ୟକ୍ଷ ଡ଼ଃ. ପ୍ରଭାତ କୁମାର ଆଚାର୍ଯ୍ୟ ମୁଖ୍ୟ ଅତିଥି, ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ରାଜଲକ୍ଷ୍ମୀ ଟୁଡୁ ସମ୍ମାନିତ ଅତିଥି ଓ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷ ଦିଲ୍ଲୀପ କୁମାର ଦାସ ମୁଖ୍ୟବକ୍ତା ଭାବେ ଯୋଗଦେଇ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଦେଶପ୍ରେମ ଜାଗ୍ରତ କରାଇବା ଓ ସ୍ୱଦେଶୀ ଜିନିଷ ବ୍ୟବହାର କରିବା ପାଇଁ ସଚେତନ କରିଥିଲେ । ଏହି ଅବସରରେ ଆତ୍ମ ନିର୍ଭରଶୀଳ ଭାରତ ସ୍ବଦେଶୀ ସଂକଳ୍ପ ପତ୍ର ଶପଥ ପାଠ କରାଯାଇଥିଲା। ବାଜି ରାଉତ କଲେଜ, ମହିଳା ମହାବିଦ୍ୟାଳୟ ସମେତ ବିଭିନ୍ନ ବିଦ୍ୟାଳୟର ପ୍ରାୟ ୫ ଶହରୁ ଉର୍ଦ୍ଧ୍ବ ଛାତ୍ର ଛାତ୍ରୀ ଯୋଗଦେଇ ସାମୁହିକ ବନ୍ଦେ ମାତରଂ ଗାନ କରିଥିଲେ। ଏନ୍ ଏ ସି କର୍ମଚାରୀ ମାନେ ସକ୍ରିୟ ଅଂଶଗ୍ରହଣ ଓ ସହଯୋଗ କରିଥିଲେ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ