
ଭୁବନେଶ୍ୱର, ୧୬ ଜାନୁଆରୀ (ହି.ସ.)- ଶୁକ୍ରବାର ସକାଳେ ବୌଦ୍ଧରେ ଅତି ଘନ କୁହୁଡ଼ି ଦେଖିବାକୁ ମିଳିଥିବା ବେଳେ କୋରାପୁଟ, ଫୁଲବାଣୀରେ ମଧ୍ୟମ ଧରଣର କୁହୁଡ଼ି, ଭବାନୀପାଟଣାରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି ।
ଆଜି ସକାଳେ ବୌଦ୍ଧରେ ଅତି ଘନ କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୦ ରୁ ୫୦ ମିଟର ମଧ୍ୟରେ ରହିଛି । ସେହିପରି କୋରାପୁଟ, ଫୁଲବାଣୀରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ରୁ ୫୦୦ ମିଟର ମଧ୍ୟରେ ରହିଛି ।
ଅନୁରୂପ ଭାବେ ଭବାନୀପାଟଣାରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦୦ ମିଟରରୁ ୧୦୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ