
ଭୁବନେଶ୍ୱର, ୧୬ ଜାନୁଆରୀ (ହି.ସ.) - ଆସନ୍ତା ଜାନୁଆରୀ ୨୨ ତାରିଖରେ ପ୍ରାଥମିକ ଶିକ୍ଷକଙ୍କ ସହ ବୈଠକ କରିବ ସ୍କୁଲ ଓ ଗଣଶିକ୍ଷା ବିଭାଗ ଦ୍ୱାରା ଗଠିତ ଉଚ୍ଚସ୍ତରୀୟ କମିଟି। ତୋଷାଳୀ ଭବନରେ ଦିନ ୧୧ଟା ୩୦ରେ ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ଅଶୋକ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହେବ ।ବୈଠକରେ ପ୍ରାଥମିକ ଶିକ୍ଷକଙ୍କ ବିଭିନ୍ନ ସମସ୍ୟା ସଂପର୍କରେ ହେବ ଆଲୋଚନା। ଏନେଇ ବିଭିନ୍ନ ପ୍ରାଥମିକ ଶିକ୍ଷକ ସଂଗଠନକୁ ଗଣଶିକ୍ଷା ବିଭାଗ ଚିଠି ଲେଖି ଜଣାଇଛି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା