
ଭୁବନେଶ୍ୱର,୧୭ ଜାନୁଆରୀ (ହି.ସ)- ଆସନ୍ତା ସୋମବାର ଜାନୁଆରୀ ୧୯ତାରିଖରେ ମୁଖ୍ୟମନ୍ତ୍ରୀଙ୍କ “ଜନ ଅଭିଯୋଗଶୁଣାଣି” ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ‘ଜନ ଅଭିଯୋଗ ଶୁଣାଣି’ ବନ୍ଦ ରହିବ କ୍ଷ ମୁଖ୍ୟମନ୍ତ୍ରୀଙ୍କ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ। ଏସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା