ପିଏମ୍ ଶ୍ରୀ ରାଜା ଆର୍ତ୍ତତ୍ରାଣ ଐତିହ୍ୟ ବିଦ୍ୟାଳୟର ପିଏମ୍ ଶ୍ରୀ ଉତ୍ସବ ଉଦଯାପିତ
ନୂଆପଡ଼ା, ୧୭ ଜାନୁଆରୀ (ହି.ସ.)- ନୂଆପଡ଼ା ଜିଲ୍ଲା ଖଡ଼ିଆଳ ସ୍ଥିତ ପିଏମ୍ ଶ୍ରୀ ରାଜା ଆର୍ତ୍ତତ୍ରାଣ ଐତିହ୍ୟ ବିଦ୍ୟାଳୟର ପିଏମ୍ ଶ୍ରୀ ଉତ୍ସବ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରଶାନ୍ତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆଜି ଉଦଯାପିତ ହୋଇଯାଇଛି। ସମାରୋହରେ ମୁଖ୍ୟ ଅତିଥି ଭାବରେ ଖଡ଼ିଆଳ ବି
PM Shree utsav closing ceremony


ନୂଆପଡ଼ା, ୧୭ ଜାନୁଆରୀ (ହି.ସ.)- ନୂଆପଡ଼ା ଜିଲ୍ଲା ଖଡ଼ିଆଳ ସ୍ଥିତ ପିଏମ୍ ଶ୍ରୀ ରାଜା ଆର୍ତ୍ତତ୍ରାଣ ଐତିହ୍ୟ ବିଦ୍ୟାଳୟର ପିଏମ୍ ଶ୍ରୀ ଉତ୍ସବ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରଶାନ୍ତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆଜି ଉଦଯାପିତ ହୋଇଯାଇଛି। ସମାରୋହରେ ମୁଖ୍ୟ ଅତିଥି ଭାବରେ ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ, ବିଶିଷ୍ଟ ଅତିଥି ଭାବରେ ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାଶ ଓ ସମ୍ମାନିତ ଅତିଥି ଭାବରେ ବନଖଣ୍ଡ ଅଧିକାରୀ ଅଜୀଜ ଖାନ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମଣିଷ ଭଳି ମଣିଷ ଟିଏ ହେବା ପାଇଁ ଉଦବୋଧନ ଦେଇଥିଲେ। ପରିବାର ହେଉଛି ଶ୍ରେଷ୍ଠ ବିଦ୍ୟାଳୟ । ତେଣୁ ଏକ ସୁନ୍ଦର ପରିବାର ଗଢ଼ି ତୋଳିବା ଆମର ପରମ କର୍ତ୍ତବ୍ୟ ହେଉ ବୋଲି ଜିଲ୍ଲାପାଳ ମତବ୍ୟକ୍ତ କରିଥିଲେ । ବିଦ୍ୟାଳୟର ସହକାରୀ ଶିକ୍ଷକ ଗୌରାଙ୍ଗ କୁମାର ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ବିଜ୍ଞାନ ଶିକ୍ଷକ ଅଶୋକ କୁମାର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।

ସେହିପରି ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଖଡ଼ିଆଳ ପଞ୍ଚାୟତ ସମିତି ଅଧ୍ଯକ୍ଷା ପୁଷ୍ପାଞ୍ଜଳି ନନ୍ଦ, ସମ୍ମାନିତ ଅତିଥି ଭାବରେ ସମାଜସେବୀ ତଥା ବିଧାୟକ ପ୍ରତିନିଧି ଅକ୍ଷୟ କୁମାର ନନ୍ଦ, ଖଡ଼ିଆଳ ସ୍ୱୟଂଶାସିତ ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ଡକ୍ଟର ହରେନ୍ଦ୍ର କୁମାର ପଣ୍ଡା ଓ ଅବସରପ୍ରାପ୍ତ ପ୍ରାଧ୍ୟାପକ ପ୍ରମୋଦ କୁମାର ସାହୁ ଯୋଗ ଦେଇଥିଲେ। ଶିକ୍ଷିକା ରାଜଶ୍ରୀ ଦଣ୍ଡସେନା ଅତିଥି ପରିଚୟ ଓ ମଞ୍ଚ ପରିଚାଳନା ଏବଂ ନୀଳିମାରାଣୀ ସାଗର ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ବ ଅର୍ଜନ କରିଥିବା ଶିକ୍ଷାର୍ଥୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ବିଦ୍ୟାଳୟର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ ।

ହିନ୍ଦୁସ୍ଥାନ ସମାଚାର / ହେମନ୍ତ


 rajesh pande