
ଭୁବନେଶ୍ୱର, ୧୮ ଜାନୁଆରୀ (ହି.ସ.)- ଶୀତ ଲହରି ନେଇ ଆଗାମୀ ୨୪ ଘଂଟା ପାଇଁ ୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଦୁଇ ଜିଲ୍ଲା ହେଲା ଝାରସୁଗୁଡ଼ା, ଅନୁଗୁଳ । ପରବର୍ତୀ ୬ ଦିନ ଅର୍ଥାତ୍ ୧୯ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ