ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା
ଭୁବନେଶ୍ୱର, ୧୮ ଜାନୁଆରୀ (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ିର ସମ୍ଭାବନା ରହିଛି। ଆଗାମୀ ୨୪ ଘଂଟା ମଧ୍ୟରେ (କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା,
ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା


ଭୁବନେଶ୍ୱର, ୧୮ ଜାନୁଆରୀ (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ିର ସମ୍ଭାବନା ରହିଛି।

ଆଗାମୀ ୨୪ ଘଂଟା ମଧ୍ୟରେ (କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ) ଏସବୁ ଜିଲ୍ଲାର କେତେକ ସ୍ଥାନରେ ବିଶେଷ କରି ଭୋର୍ କିମ୍ବା ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ ।

ପରବର୍ତୀ ୨ ଦିନ ଅର୍ଥାତ୍‌ ୧୯ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ସୁଦ୍ଧା(କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଳାହାଣ୍ଡି) ଏସବୁ ଜିଲ୍ଲାର କେତେକ ସ୍ଥାନରେ ବିଶେଷ କରି ଭୋର୍ କିମ୍ବା ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande