ଭକ୍ତକବି ମଧୁସୂଦନ ରାଓଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର, 19 ଜାନୁଆରି (ହି.ସ.)- ଭକ୍ତକବି ମଧୁସୂଦନ ରାଓଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ମହାନ ସାହିତ୍ୟିକ ଭକ୍ତକବି ମଧୁସୂଦନ ରାଓଙ୍କ ଜୟନ୍ତୀରେ ମୋର
ମଧୁସୂଦନ ରାଓ


ଭୁବନେଶ୍ୱର, 19 ଜାନୁଆରି (ହି.ସ.)- ଭକ୍ତକବି ମଧୁସୂଦନ ରାଓଙ୍କ ଜୟନ୍ତୀରେ ତାଙ୍କୁ

ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ

ଏକ୍ସରେ ନବୀନ କହିଛନ୍ତି ଯେ, ମହାନ ସାହିତ୍ୟିକ ଭକ୍ତକବି ମଧୁସୂଦନ ରାଓଙ୍କ ଜୟନ୍ତୀରେ ମୋର

ଶ୍ରଦ୍ଧାଞ୍ଜଳି ଜଣାଉଛି। ଓଡ଼ିଆ ଭାଷା, ସାହିତ୍ୟକୁ ସମୃଦ୍ଧ କରୁଥିବା

ଅନନ୍ୟ 'ଛବିଳ ମଧୁ ବର୍ଣ୍ଣବୋଧ' ରଚନା ସହ ଶିକ୍ଷା

ତଥା ସମାଜସଂସ୍କାର କ୍ଷେତ୍ରରେ ତାଙ୍କର ବହୁମୂଲ୍ୟ ଅବଦାନ ସର୍ବଦା ପ୍ରେରଣାଦାୟୀ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande