ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା
ଭୁବନେଶ୍ୱର, ୧୯ ଜାନୁଆରୀ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ିର ସମ୍ଭାବନା ରହିଛି । ଆଗାମୀ ୨ ଦିନ ମଧ୍ୟରେ ( ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଜପତି, ଗଞ୍ଜାମ, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ବାଲେଶ୍ୱର, କନ୍ଧମାଳ, କଳାହା
ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା


ଭୁବନେଶ୍ୱର, ୧୯ ଜାନୁଆରୀ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ିର ସମ୍ଭାବନା ରହିଛି ।

ଆଗାମୀ ୨ ଦିନ ମଧ୍ୟରେ ( ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଜପତି, ଗଞ୍ଜାମ, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ବାଲେଶ୍ୱର, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା) ଜିଲ୍ଲାର କେତେକ ସ୍ଥାନରେ ବିଶେଷ କରି ଭୋର୍ କିମ୍ବା ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ ।

ସେହିପରି ୨୧ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ସୁଦ୍ଧା (ପୁରୀ, ଖୋର୍ଦ୍ଧା, ନୟାଗଡ଼, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ବାଲେଶ୍ୱର) ଜିଲ୍ଲାର କେତେକ ସ୍ଥାନରେ ବିଶେଷ କରି ଭୋର୍ କିମ୍ବା ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ । ୨୨ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ସୁଦ୍ଧା (ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା, ଜଗତସିଂହପୁର) ଜିଲ୍ଲାର କେତେକ ସ୍ଥାନରେ ବିଶେଷ କରି ଭୋର୍ କିମ୍ବା ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ ।

ଅନୁରୂପ ଭାବେ ୨୩ ତାରିଖ ସକାଳ ଠାରୁ ୨୪ ତାରିଖ ସକାଳ ସୁଦ୍ଧା (ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ବାଲେଶ୍ୱର, ସୁନ୍ଦରଗଡ଼, ଝାରସୁଗୁଡ଼ା) ଜିଲ୍ଲାର କେତେକ ସ୍ଥାନରେ ବିଶେଷ କରି ଭୋର୍ କିମ୍ବା ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande