ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
ପୁରୀ, ୧୯ ଜାନୁଆରୀ (ହି.ସ.)- ପୁରୀ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଆଜି ନିମାପଡା ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ଏଥିରେ ଅଧ୍ୟକ୍ଷତା କରିଥିଲେ। ଏଥିରେ ମୋଟ ୪୨ ଗୋଟି ଅଭିଯୋଗ ମିଳିଥିଲା। ସେଥିରୁ ୩୮ ଗୋଟି ବ୍ୟକ୍ତିଗତ, ୩ ଗୋଟି ଗ୍
ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ


ପୁରୀ, ୧୯ ଜାନୁଆରୀ (ହି.ସ.)- ପୁରୀ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଆଜି ନିମାପଡା ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ଏଥିରେ ଅଧ୍ୟକ୍ଷତା କରିଥିଲେ। ଏଥିରେ ମୋଟ ୪୨ ଗୋଟି ଅଭିଯୋଗ ମିଳିଥିଲା। ସେଥିରୁ ୩୮ ଗୋଟି ବ୍ୟକ୍ତିଗତ, ୩ ଗୋଟି ଗ୍ରାମ ସମ୍ବନ୍ଧୀୟ ଓ ୧ ଗୋଟି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସହାୟତା ସମ୍ପର୍କରେ ରହିଥିଲା। ତତକ୍ଷଣାତ ୫ ଗୋଟି ଅଭିଯୋଗର ସମାଧାନ କରାଯାଇଥିଲା। ଅନ୍ୟ ଅଭିଯୋଗ ଗୁଡିକର ଆଇନ ଅନୁସାରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗ ମାନଙ୍କୁ ପ୍ରେରଣ କରାଯାଇଥିଲା। ଏହି ଶୁଣାଣୀରେ ଏସପି ପ୍ରତୀକ ସିଂ, ଅତିରିକ୍ତ ଜିଲ୍ଲାପାଳ (ପ୍ରଶାସନ) ଶରତ ଚନ୍ଦ୍ର ବେହରା, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ସିଡିଏମଓ ଡା. ଅକ୍ଷୟ କୁମାର ଶତପଥୀ, ଉପ ଜିଲ୍ଲାପାଳ ରାଜ କିଶୋର ଜେନା, ନିମାପଡା ଏସଡିପିଓ ଜନାର୍ଦ୍ଦନ ପାଢ଼ୀ, ବିଡ଼ିଓ ଡଃ. ଅଭିଜିତ ଷଡ଼ଙ୍ଗୀ, ତହସିଲଦାର ଡଃ. ମନୋଜ କୁମାର ପ୍ରଧାନ, ଅଭିଯୋଗ ଶୁଣାଣୀ ଅଧିକାରୀ ବିବେକାନନ୍ଦ ସାହୁ ଓ ଅନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ।

ହିନ୍ଦୁସ୍ଥାନ ସମାଚାର / ବିଜୟ


 rajesh pande