
ଭୁବନେଶ୍ୱର, ୦୨ ଜାନୁଆରୀ (ହି.ସ.)- ପୁରୀ ଜିଲ୍ଲା ବଳଗଣ୍ଡି ଛକରେ ଘଟିଥିବା ଦୁଃଖଦ ଦୁର୍ଘଟଣାରେ ଶ୍ରେୟାଂଶ ଦେ (ପିତା - ନିରଞ୍ଜନ ଦେ)ଙ୍କର ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ
ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା