
ଭୁବନେଶ୍ୱର, 02 ଜାନୁଆରୀ (ହି.ସ.) ନୀଳଗିରିର ପୂର୍ବତନ ବିଧାୟକ ଅକ୍ଷୟ କୁମାର ଆଚାର୍ଯ୍ୟଙ୍କ ବିୟୋଗରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ନୀଳଗିରିର ପୂର୍ବତନ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ସେ ଅଞ୍ଚଳର ବିକାଶ ପାଇଁ ଯେଉଁ ଅବଦାନ ଦେଇଛନ୍ତି, ତାହା ଚିର ସ୍ମରଣୀୟ ହୋଇ ରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ