
ଜୟପୁର, ୦୨ ଜାନୁଆରି (ହି.ସ.) - ଦେଶି ମଦ ଚାଲାଣ ବେଳେ ଜୟପୁର ଅବକାରି ଥାନା ଆଜି ଚଢାଉ କରି ଜଣେ ମହିଳା କୁ ଗିରଫ କରିଛି । ସୁଚନା ଅନୁଯାଇ ଦେଶି ମଦ ଚାଲାଣ ସୁଚନା ପାଇ ଜୟପୁର କୁମ୍ଭାର ସାହିରେ ଚଢାଉ କରି ୯ ଲିଟର ଦେଶି ମଦ ଜବତ କରିଛି । ଗିରଫ ମହିଳାକୁ ଆଜି ଅପରାହ୍ନ ୪ଟା ୩୦ ମିନିଟ ସମୟରେ କୋର୍ଟ ଚାଲାଣ କରିଥିବା ବିଷୟ ଜୟପୁର ଓଆଇସି ସୁବ୍ରତ କେଶୋରି ହିରଣ ସୂଚନା ଦେଇଛନ୍ତି ।
ହିନ୍ଦୁସ୍ଥାନ ସମାଚାର / ପିକେପି