ନୀଳଗିରିର ପୂର୍ବତନ ବିଧାୟକ ଅକ୍ଷୟ କୁମାର ଆଚାର୍ଯ୍ୟଙ୍କ ଦେହାନ୍ତରେ ବିରୋଧୀ ଦଳ ନେତାଙ୍କ ଶୋକ
ଭୁବନେଶ୍ୱର, 02 ଜାନୁଆରି (ହି.ସ.) ନୀଳଗିରିର ପୂର୍ବତନ ବିଧାୟକ ଅକ୍ଷୟ କୁମାର ଆଚାର୍ଯ୍ୟଙ୍କ ବିୟୋଗରେ ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶ୍ରୀ ପଟ୍ଟନାୟକ ସୋସିଆଲ ମିଡିଆରେ ଲେଖିଛନ୍ତି, ବିଶିଷ୍ଟ ରାଜନେତା ତଥା ନୀଳଗିରିର ପୂର୍ବତନ ବିଧାୟକ ଅକ୍ଷୟ କୁମାର ଆଚାର୍ଯ୍
ନବୀନ ପଟ୍ଟନାୟକ ଫାଇଲ ଫଟୋ


ଭୁବନେଶ୍ୱର, 02 ଜାନୁଆରି (ହି.ସ.) ନୀଳଗିରିର ପୂର୍ବତନ ବିଧାୟକ ଅକ୍ଷୟ କୁମାର ଆଚାର୍ଯ୍ୟଙ୍କ ବିୟୋଗରେ ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ଶ୍ରୀ ପଟ୍ଟନାୟକ ସୋସିଆଲ ମିଡିଆରେ ଲେଖିଛନ୍ତି, ବିଶିଷ୍ଟ ରାଜନେତା ତଥା ନୀଳଗିରିର ପୂର୍ବତନ ବିଧାୟକ ଅକ୍ଷୟ କୁମାର ଆଚାର୍ଯ୍ୟଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନପ୍ରତିନିଧି ଭାବେ ଲୋକଙ୍କ ସେବା ଓ ଉନ୍ନତି ଦିଗରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande