
ଭୁବନେଶ୍ୱର, ୨ ଜାନୁଆରୀ (ହି.ସ.)- ଆଗାମୀ ୪ ଦିନ ଅର୍ଥାତ୍ ୬ ତାରିଖ ସକାଳ ସୁଦ୍ଧା ଘନ କୁହୁଡ଼ିରୁ ଅତି ଘନ କୁହୁଡ଼ି ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ୬ ତାରିଖ ସକାଳ ଠାରୁ ୭ ତାରିଖ ସକାଳ ସୁଦ୍ଧା ଘନ କୁହୁଡ଼ି ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି ।
ଘନ କୁହୁଡ଼ିରୁ ଅତି ଘନ କୁହୁଡ଼ି ନେଇ ଆଗାମୀ ୨୪ ଘଂଟା ଅର୍ଥାତ୍ ୩ ତାରିଖ ସକାଳ ସୁଦ୍ଧା ୪ ଜିଲ୍ଲା(ଢ଼େଙ୍କାନାଳ, ଜଗତସିଂହପୁର, ବୌଦ୍ଧ, ନୟାଗଡ଼)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୪ ଜିଲ୍ଲା(ସୁନ୍ଦରଗଡ଼, ଅନୁଗୁଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ଗଜପତି, କୋରାପୁଟ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଘନ କୁହୁଡ଼ିରୁ ଅତି ଘନ କୁହୁଡ଼ି ନେଇ ୩ ତାରିଖ ସକାଳ ଠାରୁ ୪ ତାରିଖ ସକାଳ ସୁଦ୍ଧା ୪ ଜିଲ୍ଲା(କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୦ ଜିଲ୍ଲା(ସୁନ୍ଦରଗଡ଼, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ନୟାଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ଘନ କୁହୁଡ଼ିରୁ ଅତି ଘନ କୁହୁଡ଼ି ନେଇ ୪ ତାରିଖ ସକାଳ ଠାରୁ ୫ ତାରିଖ ସକାଳ ସୁଦ୍ଧା ୫ ଜିଲ୍ଲା(ଯାଜପୁର, କଟକ, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୨ ଜିଲ୍ଲା(ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, ଢ଼େଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, କନ୍ଧମାଳ, ଗଞ୍ଜାମ, ଗଜପତି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ଘନ କୁହୁଡ଼ିରୁ ଅତି ଘନ କୁହୁଡ଼ି ନେଇ ୫ ତାରିଖ ସକାଳ ଠାରୁ ୬ ତାରିଖ ସକାଳ ସୁଦ୍ଧା ୫ ଜିଲ୍ଲା(ଯାଜପୁର, କଟକ, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୨ ଜିଲ୍ଲା(ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, ଢ଼େଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, କନ୍ଧମାଳ, ଗଞ୍ଜାମ, ଗଜପତି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । (ଘନ କୁହୁଡ଼ିରୁ ଅତି ଘନ କୁହୁଡ଼ି) ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୦ ରୁ ୨୦୦ ମିଟର ମଧ୍ୟରେ ରହିପାରେ । (ଘନ କୁହୁଡ଼ି)ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିପାରେ ।
ଅନୁରୂପ ଭାବେ ୬ ତାରିଖ ସକାଳ ଠାରୁ ୭ ତାରିଖ ସକାଳ ସୁଦ୍ଧା ଘନ କୁହୁଡ଼ି ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି) । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିପାରେ । ଏହାର ପରବର୍ତୀ ୨ ଦିନ ଅର୍ଥାତ୍ ୭ ତାରିଖ ସକାଳ ଠାରୁ ୯ ତାରିଖ ସକାଳ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ