
ଭୁବନେଶ୍ୱର, ୨ ଜାନୁଆରୀ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ଅର୍ଥାତ୍ ଜାନୁଆରୀ ୭ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ସ୍ଥାନରେ ବିଶେଷ କରି ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି ।
ଆଗାମୀ ୨୪ ଘଂଟା ମଧ୍ୟରେ ଅର୍ଥାତ୍ ୩ ତାରିଖ ସକାଳ ସୁଦ୍ଧା ଭୋର୍ କିମ୍ବା ସକାଳ ସମୟରେ ୨୨ ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଜପତି, ଗଞ୍ଜାମ, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ବାଲେଶ୍ୱର, ବୌଦ୍ଧ, ଢ଼େଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ଼, କୋରାପୁଟ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ସମ୍ବଲପୁର ।
୩ ତାରିଖ ସକାଳ ଠାରୁ ୪ ତାରିଖ ସକାଳ ସୁଦ୍ଧା ଭୋର୍ କିମ୍ବା ସକାଳ ସମୟରେ ୨୨ ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଜପତି, ଗଞ୍ଜାମ, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ବାଲେଶ୍ୱର, କନ୍ଧମାଳ, ଢ଼େଙ୍କାନାଳ, ରାୟଗଡ଼ା, ମୟୂରଭଞ୍ଜ, କେନ୍ଦୁଝର, ସମ୍ବଲପୁର, ଝାରସୁଗୁଡ଼ା, ସୋନପୁର, କଳାହାଣ୍ଡି, ବୌଦ୍ଧ ଏବଂ ସୁନ୍ଦରଗଡ଼ ।
ସେହିପରି ୪ ତାରିଖ ସକାଳ ଠାରୁ ୬ ତାରିଖ ସକାଳ ସୁଦ୍ଧା ଭୋର୍ କିମ୍ବା ସକାଳ ସମୟରେ ୨୩ ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଜପତି, ଗଞ୍ଜାମ, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ବାଲେଶ୍ୱର, ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳ, ରାୟଗଡ଼ା, କୋରାପୁଟ, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା ।
ଅନୁରୂପ ଭାବେ ୬ ତାରିଖ ସକାଳ ଠାରୁ ୭ ତାରିଖ ସକାଳ ସୁଦ୍ଧା ଭୋର୍ କିମ୍ବା ସକାଳ ସମୟରେ ୮ ଜିଲ୍ଲାରେ ଆଇସୋଲେଟେଡ୍ ପକେଟ୍ସ ଗୁଡିକରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି ପୁରୀ, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ