ପୂର୍ବତନ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ବିୟୋଗରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର, 02 ଜାନୁଆରି (ହି.ସ.)- ପୂର୍ବତନ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ବିୟୋଗରେ ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ନୀଳଗିରିର ପୂର୍ବତନ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ବିୟ
ପୂର୍ବତନ ବିଧାୟକ ଅକ୍ଷୟ     ଆଚାର୍ଯ୍ୟଙ୍କ ବିୟୋଗରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଶୋକ


ଭୁବନେଶ୍ୱର, 02 ଜାନୁଆରି (ହି.ସ.)- ପୂର୍ବତନ

ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ବିୟୋଗରେ ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ ଶୋକ ପ୍ରକାଶ

କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ନୀଳଗିରିର ପୂର୍ବତନ

ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ବିୟୋଗ ଖବର ବିଷୟରେ ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ। ଜଣେ

ଜନପ୍ରତିନିଧି ଭାବେ ତାଙ୍କର କାର୍ଯ୍ୟ ଆମ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ ଅଟେ। ମହାପ୍ରଭୁଙ୍କ

ନିକଟରେ ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପ୍ରିୟଜନଙ୍କ ପ୍ରତି

ସମବେଦନା ଜଣାଉଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande