
ଭୁବନେଶ୍ଵର, ୩ ଜାନୁଆରୀ (ହି.ସ.)- ଆଗାମୀ ୩ ଦିନ ଅର୍ଥାତ୍ ୬ ତାରିଖ ସକାଳ ସୁଦ୍ଧା ଘନ କୁହୁଡ଼ିରୁ ଅତି ଘନ କୁହୁଡ଼ି ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ୬ ତାରିଖ ସକାଳ ଠାରୁ ୮ ତାରିଖ ସକାଳ ସୁଦ୍ଧା ଘନ କୁହୁଡ଼ି ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି ।
ଘନ କୁହୁଡ଼ିରୁ ଅତି ଘନ କୁହୁଡ଼ି ନେଇ ଆଗାମୀ ୨୪ ଘଂଟା ଅର୍ଥାତ୍ ୪ ତାରିଖ ସକାଳ ସୁଦ୍ଧା ୬ ଜିଲ୍ଲା( କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୨ ଜିଲ୍ଲା( ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ଘନ କୁହୁଡ଼ିରୁ ଅତି ଘନ କୁହୁଡ଼ି ନେଇ ୪ ତାରିଖ ସକାଳ ଠାରୁ ୫ ତାରିଖ ସକାଳ ସୁଦ୍ଧା ୪ ଜିଲ୍ଲା(କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୪ ଜିଲ୍ଲା(ସୁନ୍ଦରଗଡ଼, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଘନ କୁହୁଡ଼ିରୁ ଅତି ଘନ କୁହୁଡ଼ି ନେଇ ୫ ତାରିଖ ସକାଳ ଠାରୁ ୬ ତାରିଖ ସକାଳ ସୁଦ୍ଧା ୪ ଜିଲ୍ଲା( କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୪ ଜିଲ୍ଲା(ସୁନ୍ଦରଗଡ଼, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ସ୍ଥାନ ମାନଙ୍କରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୦ ରୁ ୨୦୦ ମିଟର ମଧ୍ୟରେ ରହିପାରେ । ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ସ୍ଥାନ ମାନଙ୍କରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।
ଅନୁରୂପ ଭାବେ ୬ ତାରିଖ ସକାଳ ଠାରୁ ୭ ତାରିଖ ସକାଳ ସୁଦ୍ଧା ଘନ କୁହୁଡ଼ି ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ । ୭ ତାରିଖ ସକାଳ ଠାରୁ ୮ ତାରିଖ ସକାଳ ସୁଦ୍ଧା ଘନ କୁହୁଡ଼ି ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିପାରେ । ଏହାର ପରବର୍ତୀ ୨ ଦିନ ଅର୍ଥାତ୍ ୮ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ