ଶ୍ରୀମନ୍ଦିରରେ ପୌଷ ପୂର୍ଣ୍ଣିମା ଓ ଶ୍ରୀଜୀଉଙ୍କ ସୁନାବେଶ
ପୁରୀ, ୩ ଜାନୁଆରୀ (ହି.ସ.)- ଆଜି ପବିତ୍ର ପୌଷ ପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ଶ୍ରୀଜୀଉ ମାନଙ୍କ ସୁନାବେଶ ତଥା ରାଜରାଜେଶ୍ୱର ବେଶ ଅନୁଷ୍ଠିତ ହେବ । ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେବେ ଶ୍ରୀଜୀଉ । ଏଥିସହ ସକାଳେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହୋଇଛି । ଗତକାଲି
ଶ୍ରୀମନ୍ଦିର


ପୁରୀ, ୩ ଜାନୁଆରୀ (ହି.ସ.)- ଆଜି ପବିତ୍ର ପୌଷ ପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ଶ୍ରୀଜୀଉ ମାନଙ୍କ ସୁନାବେଶ ତଥା ରାଜରାଜେଶ୍ୱର ବେଶ ଅନୁଷ୍ଠିତ ହେବ । ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେବେ ଶ୍ରୀଜୀଉ । ଏଥିସହ ସକାଳେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହୋଇଛି ।

ଗତକାଲି ଠାରୁ ଅଧିବାସ ଗୃହରେ ଅଧିବାସ ହୋଇ ରହିଥିବା ଘିଅମିଶ୍ରିତ ୧୦୮ ଗରା ଜଳରେ ଚନ୍ଦନ ଲାଗି ପରେ ଶ୍ରୀବିଗ୍ରହମାନଙ୍କୁ ଅଭିଷେକ କରାଯାଇଥିଲା । ପରେ ମହାପ୍ରଭୁଙ୍କ ଠାରୁ ଆଜ୍ଞାମାଳ ପାଇ ଶ୍ରୀଦେବୀ ପାଲିଙ୍କିରେ ମା ଲକ୍ଷ୍ମୀଙ୍କ ମନ୍ଦିର ଜଗମୋହନକୁ ବିଜେ କରିବେ । ସେଠାରେ ମାଜଣା, ବନକଲାଗି ନୀତି ପରେ ଶ୍ରୀଦେବୀଙ୍କୁ ବେଶ କରାଯିବ । ଏବଂ ଅନ୍ୟାନ୍ୟ ନୀତିକାନ୍ତି ସମ୍ପନ୍ନ ହେବା ପରେ ରତ୍ନସିଂହାସନରେ ଶ୍ରୀଜୀଉମାନଙ୍କ ସୁନାବେଶ ଅନୁଷ୍ଠିତ ହେବ ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande