
ଭୁବନେଶ୍ୱର, ୦୩ ଜାନୁୟାରୀ (ହି.ସ)- ରାଜ୍ୟରେ ନବନିଯୁକ୍ତ ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କୁ ଜାତୀୟ ସାମ୍ବାଦିକ କଲ୍ୟାଣ ବୋର୍ଡ଼ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଶନିବାର ଲୋକସେବା ଭବନ ଠାରେ ସାମ୍ବାଦିକ କଲ୍ୟାଣ ବୋର୍ଡ଼ର ଏକ ପ୍ରତିନିଧି ଦଳ ଶ୍ରୀମତୀ ଗର୍ଗଙ୍କୁ ଭେଟି ପୁଷ୍ପଗୁଚ୍ଛ ଓ ଉପାୟନ ପ୍ରଦାନ କରି ସମ୍ବର୍ଦ୍ଧିତ କରିବା ସଙ୍ଗେ ସଙ୍ଗେ ସାମ୍ବାଦିକମାନଙ୍କ ବିଭିନ୍ନ ସମସ୍ୟା ପ୍ରତି ତାଙ୍କର ଦୃଷ୍ଟି ଆକର୍ଷଣ କରିଥିଲେ। ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଗର୍ଗ ଏ ବିଷୟରେ ଅନୁଧ୍ୟାନ କରି ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏହି ପ୍ରତିନିଧି ଦଳରେ ସାମ୍ବାଦିକ କଲ୍ୟାଣ ବୋର୍ଡ଼ର ସଭାପତି ପ୍ରଦୋଷ ପଟ୍ଟନାୟକ, ଉପସଭାପତି ପ୍ରଦ୍ୟୁମ୍ନ କୁମାର ମହାନ୍ତି, ସାଧାରଣ ସମ୍ପାଦକ ସନତ ମିଶ୍ର ଓ ଅନ୍ୟତମ ସଦସ୍ୟ କିଶୋର ମଙ୍ଗରାଜ ପ୍ରମୁଖ ଭେଟି ସମ୍ବର୍ଦ୍ଧିତ କରିଥିଲେ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା