
ଧର୍ମଶାଳା,୩ଜାନୁଆରୀ(ହି.ସ.) - ଯାଜପୁର ଜିଲା ରସୁଲପୁର ବ୍ଲକ ବ୍ରହ୍ମବରଦାସ୍ଥ ହାଜିରହିମିଆଁ ସରକାରୀ ଉଚ୍ଚ ବିଦ୍ୟାଳୟର ଖେଳ ଶିକ୍ଷକ ବିଶ୍ୱବନ୍ଧୁ ଗିରିଙ୍କ ୫୬ ବର୍ଷ ବୟସରେ ପରଲୋକ ହୋଇ ଯାଇଛି । ଏହି ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଅଂଚଳରେ ଶୋକରଛାୟା ଖେଳି ଯାଇଛି । ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କ ବାସଭବନରେ ପଂହଚି ଶେଷ ଦର୍ଶନ କରିଛନ୍ତି । ତାଙ୍କ ମର ଶରୀରକୁ ହାଜିରହିମିଆଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରକୁ ନିଆଯାଇଥିଲା । ସେଠାରେ ସମସ୍ତ ଶିକ୍ଷାକର୍ମଚାରୀ ଓ ଛାତ୍ରଛାତ୍ରମାନଙ୍କ ପକ୍ଷରୁ ଶୋକ ପ୍ରକାଶ କରାଯିବା ସହିତ ୨ ମିନିଟ୍ ନୀରବ ପ୍ରର୍ଥନା କରା ଯାଇ ଥିଲା । ସେଠାରୁ ତାଙ୍କ ମର ଶରୀର ବ୍ରହ୍ମବରଦା ଅଂଚଳ ପରିକ୍ରମା କରାଯିବା ପରେ ଗାଁ ଶ୍ମଶାନରେ ଶେଷକୃତ ସମ୍ପନ୍ନ କରାଯାଇଥିଲା
ହିନ୍ଦୁସ୍ଥାନ ସମାଚାର / ଚିନ୍ମୟ