
ଭୁବନେଶ୍ଵର, ୩ ଜାନୁଆରୀ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ଅର୍ଥାତ୍ ଜାନୁଆରୀ ୮ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ସ୍ଥାନରେ ବିଶେଷ କରି ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି ।
ଆଗାମୀ ୨୪ ଘଂଟା ମଧ୍ୟରେ ଅର୍ଥାତ୍ ୪ ତାରିଖ ସକାଳ ସୁଦ୍ଧା ଭୋର୍ କିମ୍ବା ସକାଳ ସମୟରେ ୨୨ ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି ରାୟଗଡ଼ା, କୋରାପୁଟ, କଳାହାଣ୍ଡି, ସମ୍ବଲପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ଢ଼େଙ୍କାନାଳ, ଯାଜପୁର, ବୌଦ୍ଧ, ଅନୁଗୁଳ, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ଗଜପତି ।
ସେହିପରି ୪ ତାରିଖ ସକାଳ ଠାରୁ ୬ ତାରିଖ ସକାଳ ସୁଦ୍ଧା ଭୋର୍ କିମ୍ବା ସକାଳ ସମୟରେ ୧୮ ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି କଳାହାଣ୍ଡି, ସମ୍ବଲପୁର, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ଅନୁଗୁଳ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ଼, ଗଞ୍ଜାମ, ଗଜପତି ।
ସେହିପରି ୬ ତାରିଖ ସକାଳ ଠାରୁ ୮ ତାରିଖ ସକାଳ ସୁଦ୍ଧା ଭୋର୍ କିମ୍ବା ସକାଳ ସମୟରେ ୧୧ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି କଳାହାଣ୍ଡି, ଢ଼େଙ୍କାନାଳ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ଼, ସୁନ୍ଦରଗଡ଼, କନ୍ଧମାଳ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ