
କେନ୍ଦୁଝର, ୦୪ ଜାନୁଆରି (ହି.ସ.) - ପାଟଣା ବ୍ଲକ ଅନ୍ତର୍ଗତ ଡୁମୁରିଆ ପଂଚାୟତ ସ୍ଥିତ ଜିଲ୍ଲାର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡ ଠାରେ ଚଳିତ ବର୍ଷ ୩ ଦିନ ୧୪ ତାରିଖ ରୁ ୧୬ ତାରିଖ ପର୍ଯ୍ୟନ୍ତ ମକର ମହୋତ୍ସବକୁ ଧୁମଧାମରେ ପାଳନ କରିବା ପାଇଁ ଆଜି ବ୍ଲକ ସଭା ଗୃହରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି। ବ୍ଲକ ଅଧ୍ୟକ୍ଷା ବୀଣାପାଣି ନାୟକ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପ୍ରସ୍ତୁତି ବୈଠକରେ ସାଂସଦଙ୍କ ବ୍ଲକ ପ୍ରତିନିଧି ପ୍ରହ୍ଲାଦ ପଲେଇ ବିଧାୟକଙ୍କ ପ୍ରତିନିଧି କମଳା କାନ୍ତ ଦାଶ, ବିଡ଼ିଓ ମାନସ କୁମାର ଦଣ୍ଡପାଟ, ତହସିଲଦାର ଅଶ୍ୱିନୀ କୁମାର ନାଏକ, ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ରମେଶ ଚନ୍ଦ୍ର ନାୟକ, ଡୁମୁରିଆ ସରପଂଚ ଗୌରହରି ନାଏକଙ୍କ ସହ ଅଗ୍ନିଶମ ବିଭାଗ, ବିଦ୍ୟୁତ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ ,ବନବିଭାଗ ଓ ଘଟଗାଁ ପୁଲିସ ଅଧିକାରୀ ପ୍ରମୁଖ ଅନ୍ୟମାନେ ବୈଠକରେ ଅଂଶ ଗ୍ରହଣ କରିଥିଲେ। ଚଳିତ ବର୍ଷ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଅଧିକ ଆକର୍ଷଣୀୟ କରିବା, ଯାନବାହନ ଶୃଙ୍ଖଳିତ ପାର୍କିଂ ବ୍ୟବସ୍ଥା, ଆଇନ ଶୃଙ୍ଖଳା ରକ୍ଷା କରିବା ପାଇଁ ଅଧିକ ପୁଲିସ ମୂତୟନ ଆଦି ବିଭିନ୍ନ ଦିଗ ଉପରେ ଆଲୋଚନା କରାଯାଇଥିଲା।
ହିନ୍ଦୁସ୍ଥାନ ସମାଚାର / SANTOSH KUMAR MOHAPATRA