
ଭୁବନେଶ୍ୱର, ୪ ଜାନୁଆରୀ (ହି.ସ.)- ରବିବାର ସକାଳେ ରାଜ୍ୟର ଗୋଟିଏ ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିଥିବା ବେଳେ ୬ଟି ସ୍ଥାନରେ ମଧ୍ୟମ ଧରଣର କୁହୁଡ଼ି ଏବଂ ୬ଟି ସ୍ଥାନରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି ।
ଆଜି ସକାଳେ ଯାଜପୁରରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିଛି । ଜଗତସିଂହପୁର, ଭୁବନେଶ୍ୱର, ଗୋପାଳପୁର, ଖୋର୍ଦ୍ଧା, ଢ଼େଙ୍କାନାଳ ଏବଂ ଫୁଲବାଣୀରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ମିଟରରୁ ୫୦୦ ମିଟର ମଧ୍ୟରେ ରହିଛି ।
ଅନୁରୂପ ଭାବେ ଚାନ୍ଦବାଲି, ପାରାଦୀପ, କେନ୍ଦ୍ରାପଡ଼ା, ବାରିପଦା, ରାଉରକେଲା ଏବଂ ଭବାନୀପାଟଣାରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦୦ରୁ ୧୦୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ