ଆଗାମୀ ୪ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା : ଆଗାମୀ ୨ ଦିନ ମଧ୍ୟରେ ୨୦ ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ
ଭୁବନେଶ୍ୱର, ୪ ଜାନୁଆରୀ (ହି.ସ.)- ଆଗାମୀ ୪ ଦିନ ମଧ୍ୟରେ ଅର୍ଥାତ୍ ଜାନୁଆରୀ ୮ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ସ୍ଥାନରେ ବିଶେଷ କରି ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଆଗାମୀ ୨ ଦିନ ମଧ୍ୟରେ ଅର୍ଥାତ୍ ୬ ତାରିଖ ସକାଳ ସୁଦ୍ଧା ଭୋର୍ କିମ୍ବା ସକାଳ ସମ
ଆଗାମୀ ୪ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା


ଭୁବନେଶ୍ୱର, ୪ ଜାନୁଆରୀ (ହି.ସ.)- ଆଗାମୀ ୪ ଦିନ ମଧ୍ୟରେ ଅର୍ଥାତ୍ ଜାନୁଆରୀ ୮ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ସ୍ଥାନରେ ବିଶେଷ କରି ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି ।

ଆଗାମୀ ୨ ଦିନ ମଧ୍ୟରେ ଅର୍ଥାତ୍ ୬ ତାରିଖ ସକାଳ ସୁଦ୍ଧା ଭୋର୍ କିମ୍ବା ସକାଳ ସମୟରେ ୨୦ ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଜପତି, ଗଞ୍ଜାମ, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ବାଲେଶ୍ୱର, ଢ଼େଙ୍କାନାଳ, କନ୍ଧମାଳ, ସୁନ୍ଦରଗଡ଼, ଅନୁଗୁଳ, ସୋନପୁର, ବୌଦ୍ଧ, ରାୟଗଡ଼ା, ଭବାନୀପାଟଣା, କୋରାପୁଟ ।

ସେହିପରି ୬ ତାରିଖ ସକାଳ ଠାରୁ ୭ ତାରିଖ ସକାଳ ସୁଦ୍ଧା ଭୋର୍ କିମ୍ବା ସକାଳ ସମୟରେ ୧୯ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ବାଲେଶ୍ୱର, ସୁନ୍ଦରଗଡ଼, ଅନୁଗୁଳ, ସୋନପୁର, ଝାରସୁଗୁଡ଼ା, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, କୋରାପୁଟ ।

ସେହିପରି ୭ ତାରିଖ ସକାଳ ଠାରୁ ୮ ତାରିଖ ସକାଳ ସୁଦ୍ଧା ଭୋର୍ କିମ୍ବା ସକାଳ ସମୟରେ ୧୩ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ବାଲେଶ୍ୱର, ସୁନ୍ଦରଗଡ଼ ଏବଂ ନୟାଗଡ଼ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande