
ଭୁବନେଶ୍ୱର, 04 ଜାନୁଆରି (ହି.ସ.)- ମୋଟଙ୍ଗାରେ ପଥର ଖାଦାନରେ ବିସ୍ଫୋରଣରେ ଶ୍ରମିକଙ୍କ
ମୃତ୍ୟୁକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦୁଃଖ ପ୍ରକାଶ କରିଛନ୍ତି । ଏନେଇ
ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଢେଙ୍କାନାଳ ଜିଲ୍ଲା ମୋଟଙ୍ଗାରେ ପଥର
ଖାଦାନରେ ବିସ୍ଫୋରଣ ଘଟି ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ ।
ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ଏହି
ଦୁଃଖଦ ସମୟରେ ମହାପ୍ରଭୁ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ । ଆହତଙ୍କ
ଆଶୁ ଆରୋଗ୍ୟ କାମନା କରୁଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା