ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
ବଲାଙ୍ଗୀର, ୦୫ ଜାନୁଆରୀ(ହି.ସ.) – ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଆଜି ଜିଲ୍ଲା ପଂଚାୟତ ସାଧନ କେନ୍ଦ୍ର ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣୀରେ ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର, ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜିଙ୍କୁ ସମୁଦାୟ ୨୮ଟି ଅଭିଯୋଗ ପତ୍ର ଦାଖଲ ହୋଇ
ଜିଲ୍ଲା ସଦରମହକୁମା ଠାରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ


ଜିଲ୍ଲା ସଦରମହକୁମା ଠାରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ


ଜିଲ୍ଲା ସଦରମହକୁମା ଠାରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ


ବଲାଙ୍ଗୀର, ୦୫ ଜାନୁଆରୀ(ହି.ସ.) – ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଆଜି ଜିଲ୍ଲା ପଂଚାୟତ ସାଧନ କେନ୍ଦ୍ର ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣୀରେ ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର, ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜିଙ୍କୁ ସମୁଦାୟ ୨୮ଟି ଅଭିଯୋଗ ପତ୍ର ଦାଖଲ ହୋଇଥିଲା। ତନ୍ମଧ୍ୟରୁ ୨୪ଟି ବ୍ୟକ୍ତିଗତ ଅଭିଯୋଗ ଓ ଅବଶିଷ୍ଠ ୪ଟି ସାମୁହିକ ଅଭିଯୋଗ ଥିଲା। ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଜନସାଧାରଣଙ୍କ ସମସ୍ତ ଅଭିଯୋଗ ଓ ସମସ୍ୟାଗୁଡ଼ିକର ଶୁଣାଣୀ କରିଥିଲେ। ସେଥିରୁ ୦୫ଟି ମାମଲାର ଶୁଣାଣୀର ତୁରନ୍ତ ସମାଧାନ କରିଥିଲେ ଏବଂ ବାକିଥିବା ମାମଲାଗୁଡ଼ିକୁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ଯଥାଶୀଘ୍ର ସମାଧାନ ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଦୁଇଜଣ ଉଚ୍ଚ ଶିକ୍ଷା ଗ୍ରହଣ କରୁଥିବା ଦିବ୍ୟାଙ୍ଗ ଦୃଷ୍ଟିହୀନ ଛାତ୍ରଙ୍କୁ ଜିଲ୍ଲାପାଳ ଲାପଟପ ପ୍ରଦାନ କରିଥିଲେ। ଓଡ଼ିଶା ସରକାରଙ୍କ ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକରଣ(ଏସ୍‌ଏସ୍‌ଇପିଡି) ବିଭାଗ ଦ୍ୱାରା ଏହା ଯୋଗାଇ ଦିଆଯାଇଥିଲା। ଉଚ୍ଚଶିକ୍ଷା ଗ୍ରହଣ କରୁଥିବା ଦୃଷ୍ଟିହୀନ ଛାତ୍ରଛାତ୍ରୀଙ୍କୁ ଦ୍ୱାଦଶ ଶ୍ରେଣୀ, ସ୍ନାତକ ଏବଂ ସ୍ନାତକୋତର ପାଠ୍ୟକ୍ରମ ପରେ ବୃତିଗତ ପାଠ୍ୟକ୍ରମରେ ସଫଳତା ପାଇଁ ଆବଶ୍ୟକ ଉପକରଣ ସହିତ ଲାପଟପ ପ୍ରଦାନ କରାଯାଇଥାଏ। ସେହିପରି ଜାତୀୟସ୍ତରରେ ଖେଳାଳି ଭାବେ କୃତିତ୍ୱ ଅର୍ଜନ କରିଥିବା ସଇଁତଳା ମାନସିକ ଅନଗ୍ରସର ରେଡ଼କ୍ରସ ସ୍କୁଲର ଛାତ୍ର ରାମ ବରିହାଙ୍କୁ ଏକାବନ ହଜାର ଟଙ୍କା ଆର୍ôଥକ ପ୍ରତ୍ସାହନ ରାଶି ପ୍ରଦାନ କରିଥିଲେ। ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ନିର୍ବାହୀ ଅଧିକାରୀ-ତଥା-ମୁଖ୍ୟ ଉନ୍ନୟନ ଅଧିକାରୀ, ଜିଲ୍ଲାପରିଷଦ, ତରଣୀ ସୁନା, ବଲାଙ୍ଗୀର ଉପ-ଜିଲ୍ଲାପାଳ, ଆଲୋକ କୁମାର ପଟେଲ, ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ମଦନଜିତ ହୋତା, ଆସିଷ୍ଟାଂଟ କଲେକ୍ଟର(ସାଧାରଣ ଓ ବିବିଧ) ରାମ ନାରାୟଣ ମିଶ୍ର ତଥା ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଏହି ଯୁଗ୍ମ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ। ସ୍ନିଗ୍ଧାରାଣୀ ତ୍ରିପାଠୀ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

.......................................

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ


 rajesh pande