ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର
ନୂଆପଡା, ୫ ଜାନୁଆରୀ (ହି.ସ.)- ନୂଆପଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ଗୃହରେ ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଅମ୍ରିତପାଲ ସିଂଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆଜି ଅନୁଷ୍ଠିତ ହୋଇଯାଇଛି l ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ଓ ଏସ୍ ପି ଙ୍କ ସହ ଜିଲ୍ଲ
Collector Grivance


ନୂଆପଡା, ୫ ଜାନୁଆରୀ (ହି.ସ.)- ନୂଆପଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ଗୃହରେ ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଅମ୍ରିତପାଲ ସିଂଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆଜି ଅନୁଷ୍ଠିତ ହୋଇଯାଇଛି l ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ଓ ଏସ୍ ପି ଙ୍କ ସହ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ବନଖଣ୍ଡ ଅଧିକାରୀ ଅଜିଜ ଖାନ, ବନଖଣ୍ଡ ଅଧିକାରୀ କେନ୍ଦୁପତ୍ର ଏ ମାଧବୀ ଲତା, ବନଖଣ୍ଡ ଅଧିକାରୀ ବନ୍ୟପ୍ରାଣୀ ସମିର ସାହୁ, ଉପ ଜିଲ୍ଲାପାଳ ସୁର୍ମି ସୋରେନ୍, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡକ୍ଟର ଧନେଶ୍ଵର ସେଠୀ ପ୍ରମୁଖ ଉପସ୍ଥିତ ଥିଲେ l ଆଜିର ଶିବିରରେ ୫୯ ଗୋଟି ବ୍ୟକ୍ତିଗତ, ୧୨ଟି ଗୋଷ୍ଠୀଗତ ଓ ଗୋଟିଏ ରେଡକ୍ରସ୍ ସହାୟତା ଏଭଳି ମୋଟ ୭୨ ଗୋଟି ଅଭିଯୋଗର ଶୁଣାଣି ଜିଲ୍ଲାପାଳ କରିଥିଲେ । ଏହିସବୁ ଅଭିଯୋଗ ଉପରେ ତୁରନ୍ତ ପଦକ୍ଷେପ ନେବା ପାଇଁ ସଂପୃକ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ। ଡେପୁଟୀ କଲେକ୍ଟର ଶେଖ୍ ନସିମ, ଚିନ୍ମୟ ସାଗର, ବିଡ଼ିଓ ରୋହିତ ଭୋଇ, ତହସିଲଦାର ପ୍ରଣବ ପ୍ରକାଶ ସାହୁ ପ୍ରମୁଖ ଶିବିର ପରିଚାଳନାରେ ସହଯୋଗ କରିଥିଲେ। ସଭାରେ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ,ଲାଇନ୍ ବିଭାଗ ଅଧିକାରୀ ଓ ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ ଓ ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ l ଏହି ଅବସରରେ ଆୟୋଜିତ ଏକ ରକ୍ତଦାନ ଶିବିରର ରକ୍ତଦାତା ମାନଙ୍କୁ ଜିଲ୍ଲାପାଳ ମାନପତ୍ର ଦେଇ ସମ୍ବର୍ଦ୍ଧିତ ଏବଂ ଉତ୍ସାହିତ କରିଥିଲେ ।

ସେହିପରି ଡୁମେରପାଣି ଗ୍ରାମ ପଂଚାୟତରେ ପ୍ରାଣୀ ପାଇଁ ଦିନଟିଏ ଏବଂ ନନ୍ଦପୁର ଖେଳ ପଡିଆ ଠାରେ ଏକ ପ୍ରବାସୀ ଶ୍ରମିକ ସଚେତନତା ଶିବିର, ଝିଅ ପାଇଁ ଗଛଟିଏ, ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ ଆଦି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।

ହିନ୍ଦୁସ୍ଥାନ ସମାଚାର / ହେମନ୍ତ


 rajesh pande