
ଭୁବନେଶ୍ୱର, ୫ ଜାନୁଆରୀ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ଅର୍ଥାତ୍ ଆସନ୍ତା ୧୦ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ସ୍ଥାନରେ ବିଶେଷ କରି ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି ।
ଆଗାମୀ ୨୪ ଘଂଟା ମଧ୍ୟରେ ଅର୍ଥାତ୍ ୬ ତାରିଖ ସକାଳ ସୁଦ୍ଧା ଭୋର୍ କିମ୍ବା ସକାଳ ସମୟରେ ୨୦ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି କନ୍ଧମାଳ, କୋରାପୁଟ, ବଲାଙ୍ଗିର, ବୌଦ୍ଧ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଜପତି, ଗଞ୍ଜାମ, ରାୟଗଡ଼ା, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଢ଼େଙ୍କାନାଳ, ଯାଜପୁର ।
ସେହିପରି ୬ ତାରିଖ ସକାଳ ଠାରୁ ୭ ତାରିଖ ସକାଳ ସୁଦ୍ଧା ଭୋର୍ କିମ୍ବା ସକାଳ ସମୟରେ ୧୩ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି ନୟାଗଡ଼, ଢ଼େଙ୍କାନାଳ, କନ୍ଧମାଳ, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ।
ଅନୁରୂପ ଭାବେ ୭ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ସୁଦ୍ଧା ଭୋର୍ କିମ୍ବା ସକାଳ ସମୟରେ ୧୦ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ