

ଭୁବନେଶ୍ୱର, ୫ ଜାନୁଆରୀ (ହି.ସ.)- ଆଗାମୀ ୨ ଦିନ ଅର୍ଥାତ୍ ୭ ତାରିଖ ସକାଳ ସୁଦ୍ଧା ଘନ କୁହୁଡ଼ି ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୫ ଦିନ ଅର୍ଥାତ୍ ୭ ତାରିଖ ସକାଳ ଠାରୁ ୧୨ ତାରିଖ ସକାଳ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ ।
ଘନ କୁହୁଡ଼ି ନେଇ ଆଗାମୀ ୨୪ ଘଂଟା ଅର୍ଥାତ୍ ୬ ତାରିଖ ସକାଳ ସୁଦ୍ଧା ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବୌଦ୍ଧ, ବଲାଙ୍ଗିର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି, କୋରାପୁଟ ।
ସେହିପରି ଘନ କୁହୁଡ଼ି ନେଇ ୬ ତାରିଖ ସକାଳ ଠାରୁ ୭ ତାରିଖ ସକାଳ ସୁଦ୍ଧା ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା କଟକ, ଢ଼େଙ୍କାନାଳ, ନୟାଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି । ପରବର୍ତୀ ୫ ଦିନ ଅର୍ଥାତ୍ ୭ ତାରିଖ ସକାଳ ଠାରୁ ୧୨ ତାରିଖ ସକାଳ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ