ଯୁବ ସାମ୍ବାଦିକା ଶିଲା ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର, 06 ଜାନୁଆରୀ (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୁବ ସାମ୍ବାଦିକା ଶିଲା ପଟ୍ଟନାୟକଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି. ବୈଦ୍ୟୁତିକ ଗଣମାଧ୍ୟମ ନ୍ୟୁଜ-7 ର ଯୁବ ସାମ୍ବାଦିକା ଶିଲା ପଟ୍ଟନାୟକଙ୍କ ଦୁର୍ଘଟଣା ଜନିତ ମୃତ୍ୟୁ ଖବର ପାଇ ମୁଁ
ଯୁବ ସାମ୍ବାଦିକା ଶିଲା ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ


ଭୁବନେଶ୍ୱର, 06 ଜାନୁଆରୀ (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୁବ ସାମ୍ବାଦିକା ଶିଲା ପଟ୍ଟନାୟକଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ସେ ସୋସିଆଲ ମିଡିଆରେ ଲେଖିଛନ୍ତି. ବୈଦ୍ୟୁତିକ ଗଣମାଧ୍ୟମ ନ୍ୟୁଜ-7 ର ଯୁବ ସାମ୍ବାଦିକା ଶିଲା ପଟ୍ଟନାୟକଙ୍କ ଦୁର୍ଘଟଣା ଜନିତ ମୃତ୍ୟୁ ଖବର ପାଇ ମୁଁ ଅତ୍ୟନ୍ତ ଦୁଃଖିତ । ଜଣେ ଦାୟିତ୍ବସମ୍ପନ୍ନ ସାମ୍ବାଦିକା ଭାବେ ଗଣମାଧ୍ୟମ ଜଗତରେ ତାଙ୍କର ସୁନାମ ରହିଥିଲା । ସାମ୍ବାଦିକତା ଜଗତ ପାଇଁ ଏହା ଏକ ଅପୂରଣୀୟ କ୍ଷତି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହିତ, ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଉଛି ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande