ଶୀତ ଲହରି ନେଇ ଆଗାମୀ ୩ ଦିନ ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୬ ଜାନୁଆରୀ (ହି.ସ.)- ଶୀତ ଲହରି ନେଇ ଆଗାମୀ ୩ ଦିନ ଅର୍ଥାତ୍ ୯ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ୬ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଶୀତ ଲହରି ନେଇ ଆଗାମୀ ୨୪ ଘଂଟା ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାର
ଶୀତ ଲହରି ନେଇ ଆଗାମୀ ୩ ଦିନ ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୬ ଜାନୁଆରୀ (ହି.ସ.)- ଶୀତ ଲହରି ନେଇ ଆଗାମୀ ୩ ଦିନ ଅର୍ଥାତ୍ ୯ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ୬ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଶୀତ ଲହରି ନେଇ ଆଗାମୀ ୨୪ ଘଂଟା ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ, କଟକ, ଜଗତସିଂହପୁର, କୋରାପୁଟ ।

ସେହିପରି ଶୀତ ଲହରି ନେଇ ୭ ତାରିଖ ସକାଳ ଠାରୁ ୮ ତାରିଖ ସକାଳ ସୁଦ୍ଧା ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ, କଟକ, ଜଗତସିଂହପୁର, କୋରାପୁଟ ।

ଅନୁରୂପ ଭାବେ ଶୀତ ଲହରି ନେଇ ୮ ତାରିଖ ସକାଳ ଠାରୁ ୯ ତାରିଖ ସକାଳ ସୁଦ୍ଧା ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ, କଟକ, ଜଗତସିଂହପୁର, କୋରାପୁଟ । ଏହାର ପରବର୍ତୀ ୪ ଦିନ ୯ ତାରିଖ ସକାଳ ଠାରୁ ୧୩ ତାରିଖ ସକାଳ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande