
ଭୁବନେଶ୍ୱର, ୬ ଜାନୁଆରୀ (ହି.ସ.)- ମଙ୍ଗଳବାର ସକାଳେ ରାଜ୍ୟର ୨ଟି ସ୍ଥାନରେ ଅତି ଘନ କୁହୁଡ଼ି ଦେଖିବାକୁ ମିଳିଥିବା ବେଳେ ୨ଟି ସ୍ଥାନରେ ଘନ କୁହୁଡ଼ି, ୨ଟି ସ୍ଥାନରେ ମଧ୍ୟମ ଧରଣର କୁହୁଡ଼ି ଏବଂ ୨ଟି ସ୍ଥାନରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି ।
ଆଜି ସକାଳେ ବୌଦ୍ଧ ଓ ନୟାଗଡ଼ରେ ଅତି ଘନ କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୦ରୁ ୫୦ ମିଟର ମଧ୍ୟରେ ରହିଛି । କୋରାପୁଟ, ଫୁଲବାଣୀରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିଛି ।
ସେହିପରି ଭବାନୀପାଟଣା, ପାରଳାଖେମୁଣ୍ଡିରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ମିଟରରୁ ୫୦୦ ମିଟର ମଧ୍ୟରେ ରହିଛି । ଅନୁରୂପ ଭାବେ ଗୋପାଳପୁର, ଝାରସୁଗୁଡ଼ାରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦୦ରୁ ୧୦୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ