
ଭୁବନେଶ୍ୱର, 06 ଜାନୁଆରି (ହି.ସ.)- ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି
ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି
ଯେ, ଜନତାଙ୍କ ସେବକ, ସରଳ ସ୍ୱଭାବୀ ଆମ
ସମସ୍ତଙ୍କ ପ୍ରିୟ ଲୋକଙ୍କ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଜନ୍ମଦିନ ଅବସରରେ
ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଆପଣଙ୍କ ଦୀର୍ଘ, ସୁସ୍ଥ ଓ ନିରାମୟ
ଜୀବନ କାମନା କରୁଛି। ଆପଣଙ୍କ ନେତୃତ୍ୱ ଓ କାର୍ଯ୍ୟଶୈଳି ଓଡ଼ିଶାକୁ ବିକଶିତ ରାଜ୍ୟ ଭାବେ ଗଢି
ତୋଳିବାରେ ନିଶ୍ଚୟ ସହାୟକ ହେବ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା