ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା : ଆଗାମୀ ୨୪ ଘଂଟା ମଧ୍ୟରେ ୨୦ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ
ଭୁବନେଶ୍ୱର, ୬ ଜାନୁଆରୀ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ଅର୍ଥାତ୍ ଆସନ୍ତା ୧୧ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ସ୍ଥାନରେ ବିଶେଷ କରି ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଆଗାମୀ ୨୪ ଘଂଟା ମଧ୍ୟରେ ଅର୍ଥାତ୍ ୭ ତାରିଖ ସକାଳ ସୁଦ୍ଧା ଭୋର୍ କିମ୍ବା ସକାଳ
ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା


ଭୁବନେଶ୍ୱର, ୬ ଜାନୁଆରୀ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ଅର୍ଥାତ୍ ଆସନ୍ତା ୧୧ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ସ୍ଥାନରେ ବିଶେଷ କରି ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି ।

ଆଗାମୀ ୨୪ ଘଂଟା ମଧ୍ୟରେ ଅର୍ଥାତ୍ ୭ ତାରିଖ ସକାଳ ସୁଦ୍ଧା ଭୋର୍ କିମ୍ବା ସକାଳ ସମୟରେ ୨୦ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଜପତି, ଗଞ୍ଜାମ, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ବାଲେଶ୍ୱର, ବୌଦ୍ଧ, ନୟାଗଡ଼, କନ୍ଧମାଳ, କୋରାପୁଟ, ଝାରସୁଗୁଡ଼ା, କଳାହାଣ୍ଡି, ସୁନ୍ଦରଗଡ଼, ମୟୂରଭଞ୍ଜ ଏବଂ କେନ୍ଦୁଝର ।

ସେହିପରି ୭ ତାରିଖ ସକାଳ ଠାରୁ ୮ ତାରିଖ ସକାଳ ସୁଦ୍ଧା ୨୨ ଜିଲ୍ଲାରେ, ୮ ତାରିଖ ସକାଳ ଠାରୁ ୯ ତାରିଖ ସକାଳ ସୁଦ୍ଧା ୧୯ ଜିଲ୍ଲାରେ, ୯ ତାରିଖ ସକାଳ ଠାରୁ ୧୧ ତାରିଖ ସକାଳ ସୁଦ୍ଧା ୧୭ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande