

ଭୁବନେଶ୍ୱର, ୮ ଜାନୁଆରୀ (ହି.ସ.)- ଶୀତ ଲହରି ନେଇ ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବାଲେଶ୍ୱର, ଅନୁଗୁଳ, ଢ଼େଙ୍କାନାଳ, କଟକ, ଜଗତସିଂହପୁର, ଖୋର୍ଦ୍ଧା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ।
ସେହିପରି ୯ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ସୁଦ୍ଧା ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ବାଲେଶ୍ୱର, ଅନୁଗୁଳ, ଜଗତସିଂହପୁର, ଖୋର୍ଦ୍ଧା, କନ୍ଧମାଳ, କଳାହାଣ୍ଡି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ