ଆଦର୍ଶ ସ୍ନାତକ ମହାବିଦ୍ୟାଳୟ, ମାଲକାନଗିରିର ବାର୍ଷିକ ଉତ୍ସବ
ମାଲକାନଗିରି, ୯ ଜାନୁଆରି (ହି.ସ.) ଆଦର୍ଶ ସ୍ନାତକ ମହାବିଦ୍ୟାଳୟ, ମାଲକାନଗିରିର ଦ୍ବିତୀୟ ବାର୍ଷିକ ଉତ୍ସବ ଆଜି ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ଆଲୋକ କୁମାର ପାତ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟଅତିଥି ଭାବରେ ମାଲକାନଗିରିର ଜିଲ୍ଲ
ଆଦର୍ଶ ସ୍ନାତକ ମହାବିଦ୍ୟାଳୟ, ମାଲକାନଗିରିର ବାର୍ଷିକ ଉତ୍ସବ


ମାଲକାନଗିରି, ୯ ଜାନୁଆରି (ହି.ସ.)

ଆଦର୍ଶ ସ୍ନାତକ ମହାବିଦ୍ୟାଳୟ, ମାଲକାନଗିରିର ଦ୍ବିତୀୟ ବାର୍ଷିକ ଉତ୍ସବ ଆଜି ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ଆଲୋକ କୁମାର ପାତ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟଅତିଥି ଭାବରେ ମାଲକାନଗିରିର ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ସୋମନାଥ ପ୍ରଧାନ ଯୋଗଦେଇଥିଲେ। ଆନୁଷ୍ଠାନିକ ଭାବରେ ଉତ୍ସବକୁ ଉଦ୍‌ଘାଟନ କରି ଶ୍ରୀଯୁକ୍ତ ପ୍ରଧାନ କହିଲେ ଯେ, ଶିକ୍ଷା କେବଳ ପାଠ୍ୟପୁସ୍ତକ ମଧ୍ୟରେ ସୀମିତ ନରହି ନିଜର ସଂସ୍କୃତି ଓ ମୂଲ୍ୟବୋଧର ବିକାଶ ପାଇଁ ସହାୟକ ହେବା ଆବଶ୍ୟକ। ଏଥିପ୍ରତି ଛାତ୍ରଛାତ୍ରୀମାନେ ଯତ୍ନଶୀଳ ହେବାକୁ ସେ ଆହ୍ୱାନ ଦେଇଥିଲେ।

ମହାବିଦ୍ୟାଳୟର ଆଡ୍‌ମିନିଷ୍ଟ୍ରେଟିଭ୍ ବର୍ଷାର ଡକ୍ଟର ପ୍ରସନ୍ନ କୁମାର ବରାଳ ବାର୍ଷିକ ବିବରଣୀ ପାଠ କରିଥିଲା ବେଳେ ଇଂରାଜୀ ବିଭାଗର ମୁଖ୍ୟ ଡକ୍ଟର ନାଇଜେଲ୍ ପିଟର ଓବ୍ରାଇନ୍ ସ୍ବାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ।

ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିବା ବିଭିନ୍ନ ସାଂସ୍କୃତିକ ପ୍ରତିଯୋଗିତା ଏବଂ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥିମାନେ ସ୍ମୃତିଫଳକ ଓ ପ୍ରମାଣପତ୍ର ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ। ମହାବିଦ୍ୟାଳୟର ଆଇ.କ୍ୟୁ.ଏ.ସି କନ୍‌ଭେନର ଡକ୍ଟର ଦେବାଶିଷ ପହି ପୁରସ୍କାର ବିତରଣ କାର୍ଯ୍ୟକ୍ରମକୁ ସଂଯୋଜନା କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ। ଇଂରାଜୀ ବିଭାଗର ଅଧ୍ୟାପିକା ସ୍ମାଇଲ୍ ବୈଷ୍ଣବ ଉତ୍ସବ ପରିଚାଳନାରେ ସହଯୋଗ କରିଥିଲେ। ଏଥିରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ଶିବବ୍ରତ


 rajesh pande