
ଭୁବନେଶ୍ୱର, ୦୯ ଜାନୁୟାରୀ (ହି.ସ)- ବାଲେଶ୍ୱର ଜିଲ୍ଲା ବାଲିଆପାଳ ତହସିଲର ପ୍ରହଲ୍ଲାଦ ଧଳ (ପିତା- ପ୍ରମୋଦ ଧଳ)ଙ୍କର ଦୁଃଖଦ ଦୁର୍ଘଟଣାରେ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି।
ସେହିପରି ସମ୍ବଲପୁର ସଦର ତହସିଲର ମୁକେଶ ବାଗ (ପିତା- ୰ ରଜନୀ ବାଗ) ଏବଂ ବିଦ୍ଧାର୍ଥ ସାହୁ (ପିତା- ମଦନ ସାହୁ)ଙ୍କର ଦୁଃଖଦ ଦୁର୍ଘଟଣାରେ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି।
ଗଞ୍ଜାମ ଜିଲ୍ଲା ପାତ୍ରପୁର ତହସିଲର କେଦାର ନାଏକ (ପିତା- ୰ କାଳୁ ନାଏକ) ଙ୍କର ଦୁଃଖଦ ଦୁର୍ଘଟଣାରେ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ତହସିଲର ରାହୁଲ ନାଏକ (ପିତା- ପଞ୍ଚ ନାଏକ) ଙ୍କର ଦୁଃଖଦ ଦୁର୍ଘଟଣାରେ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା