
ଭୁବନେଶ୍ୱର, ୦୧ ଅକ୍ଟୋବର(ହି.ସ) - ଆଇଏଏସ୍ ଅଧିକାରୀ ଦେବାଶିଷ ସିଂହଙ୍କୁ ସୁବର୍ଣ୍ଣପୁର ଜିଲ୍ଲାର ଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଛି। ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଦେବାଶିଷ ସିଂହ ବର୍ତମାନ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ସଚିବ ଭାବେ କାର୍ଯ୍ୟରତ ଅଛନ୍ତି।
ଗୁରୁବାର ଜାରି ବିଜ୍ଞପ୍ତିରେ ତାଙ୍କୁ ସୁବର୍ଣ୍ଣପୁର ଜିଲ୍ଲାର ଜିଲ୍ଲାପାଳ ସହ ଜିଲ୍ଲା ମାଜିଷ୍ଟ୍ରେଟ୍ ଭାବେ ନିଯୁକ୍ତ କରାଯାଇଥିବା ଦର୍ଶାଯାଇଛି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା